Odisha Khabar 24
Other

ମାଟ୍ରିକ ପରୀକ୍ଷା ଫି’ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଛାତ୍ର ସମାଜର ବୃହତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କାର ବ୍ୟୟଭାର ବହନ କରିବେ।

ସୂଚନାଯୋଗ୍ୟ, ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫି’ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରି ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

Related posts

ଖୋର୍ଦ୍ଧା ସଦର ଥାନା ଦଳେଇପୁଟ ଗାଁରେ ବୋମାମାଡ଼, ଜଣଙ୍କୁ ଅଟକ ରଖିଛି ପୋଲିସ୍

Odisha Khabar 24

‘ସାଣ୍ଡେଲଉଡ୍‌’ ଡ୍ରଗ୍‌ ର‍୍ୟାକେଟ୍‌: କନ୍ନଡ଼ ଅଭିନେତ୍ରୀ ରାଗିଣୀ ଦ୍ୱିବେଦୀଙ୍କୁ ଗିରଫ କଲା ବେଙ୍ଗାଲୁରୁ କ୍ରାଇମ ବ୍ରାଞ୍ଚ୍‌

Odisha Khabar 24

ବଜାଜ୍ ଅଟୋ ପ୍ଲାଣ୍ଟରେ କରୋନା ଭୟ

Odisha Khabar 24

Leave a Comment